Corona Death in Odisha: ଓଡ଼ିଶାରେ କରୋନାରେ ପୁଣି ୭ ଜଣଙ୍କ ମୃତ୍ୟୁ

Share this:

ଭୂବନେଶ୍ଵର: Corona Death in Odisha ଓଡ଼ିଶାରେ ଆଉ ୭ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ (Coronavirus)। ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯ ହଜାର ୯୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନା ଅନୁସାରେ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, କଟକ, କନ୍ଧମାଳ, କେନ୍ଦ୍ରପଡ଼ା ଜିଲାରୁ ଜଣେ ଲେଖାଏ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୨ କୋଟି ୯୫ଲକ୍ଷ ୧ ହଜାର ୪୮୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୫ ହଜାର ୭୬୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୬୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୫ ହଜାର ୧୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧ ହଜାର ୫୯୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Edible Oil Price: ଖାଇବା ତେଲର କୃତ୍ରିମ ଅଭାବ ଓ କଳାବଜାରି ରୋକିବା ପାଇଁ ଅଧିକାରୀଙ୍କୁ ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ

Share this: