ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ

Share this:

ଭୁବନେଶ୍ୱର: ଓଡ଼ିଶା ସଙ୍ଗୀତ ପାଇଁ ଏକ ଦୁଃଖର ଦିନ। ଆଜି ସକାଳେ କରୋନାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ଘଟିଛି। ପରିବାର ଲୋକେ ଏ ସୂଚନା ଦେଇଛନ୍ତି। ଗତ ୨୪ ତାରିଖରେ ସେ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

ସେ ବହୁ ଲୋକପ୍ରିୟ ଭଜନ ଓ ଓଡିଆ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ତାଙ୍କ ଏପରି ଅକାଳ ବିୟୋଗରେ ଫିଲ୍ମ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକରେ ସମଗ୍ର ମହଲରେ ଶୋକର ଛାୟା ଖେଳିଯାଇଛି।

Share this: