ଚର୍ଚ୍ଚିତ ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

Share this:

କୋରାପୁଟ : ରାୟଗଡାର ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ସଜା କାଟୁଥିବା ଶିକ୍ଷକ  ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ଘଟିଛି। ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ନେଇ କୋରାପୁଟ ମଣ୍ଡଳ କାରାଗାରର ଜେଲର ସୂଚନା ଦେଇଛନ୍ତି। ସେ କହିଛନ୍ତି ନେତ୍ରାନନ୍ଦ ଦଣ୍ଡସେନା ଗତକାଲି ରାତିରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା କୋରାପୁଟ ଜେଲ୍ ଅଧୀକ୍ଷକ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୩ ଅକ୍ଟୋବର ୨୭ରେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଟିକିରି ସ୍କୁଲରେ ଠିକା ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନଙ୍କୁ କିରାସିନ ଢାଳି ପୋଡ଼ି ଦିଆଯାଇଥିଲା। ଏହି ମାମଲା ସେତେବେଳେ ରାଜ୍ୟରେ ବେଶ ଚର୍ଚ୍ଚିତ ହୋଇଥିଲା। ରାଜ୍ୟ ସରକାର ଏହି ଘଟଣା କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାରେ କାଶୀପୁର ବ୍ଲକର ସ୍କୁଲ ଏସ୍‌ଆଇ ନେତ୍ରାନନ୍ଦ ଦଣ୍ଡସେନାଙ୍କୁ ୨୦୧୬ ଏପ୍ରିଲରେ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗରେ ରାୟଗଡ଼ା ଜିଲା ଓ ଦୌରାଜ ଆଜୀବନ କାରାଦଣ୍ଡାଦେଶ ଶୁଣାଇଥିଲେ। ସେହିଦିନଠାରୁ ସେ କୋରାପୁଟରେ ଜେଲରେ ଆଜୀବନ ସଜା କାଟୁଥିଲେ।

Share this: