ଆଜି ପୁଣି ଚିହ୍ନଟ ହେଲେ୧୩୩୭ କରୋନା ପଜିଟିଭ

Share this:

ଭୁବନେଶ୍ଵର :ରାଜ୍ୟରେ ଆଜି ୧୩୩୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୮୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୨୨ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୮ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୦୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୧୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକରୁ ୧୬୮  ଜଣ,କନ୍ଧମାଳ ଜିଲ୍ଲାରୁ୨୦ଜଣ,କୋରାପୁଟରୁ ୩୧ ଜଣ, କେନ୍ଦ୍ରାପଡ଼ାରୁ ୩୭  ଜଣ ,କେଉଁଝର ରୁ ୮୦ ଜଣ ଓ କଳାହାଣ୍ଡିରୁ ୧୩   ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୭୨ ଜଣ ,ସୁନ୍ଦରଗଡ଼ ଜିଲ୍ଲାରୁ ୮୩ ଜଣ ଓ ସୋନପୁରରୁ ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୨୪  ଜଣ ,ଜଗତସିଂହପୁରରୁ ୨୧ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୧୦ ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୪ ଜଣ, ବାଲେଶ୍ଵରରୁ ୩୧ଜଣ ,ବଲାଙ୍ଗୀରି ଜିଲ୍ଲାରୁ ୧୧ଜଣ ,ବୌଦ୍ଧଜିଲ୍ଲା ରୁ ଜଣେ  ଏବଂ ଭଦ୍ରକ ଜିଲ୍ଲାରୁ ୨୨ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୭୫ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୭୩ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୬୦ ଜଣ ,ନବରଙ୍ଗପୁରରୁ ୭ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୫ଜଣ ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୪ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୩୮ଜଣ ଓ ମାଲକାନଗିରିରୁ ୩୮ ଜଣଏବଂ ରାୟଗଡା ରୁ ୨୨ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୫ଲକ୍ଷ ୮୫ ହଜାର ୫୦୫ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩୯ ହଜାର ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ହଜାର ୪୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ୧୪ ହଜାର ୨୬୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

From The Web

Share this: