ରାଜ୍ୟରେ ନୂଆ ୪୯୪ କରୋନା ପଜିଟିଭ ଚିହ୍ନଟ,ଗଞ୍ଜାମ ରୁ ସର୍ବାଧିକ
ରାଜ୍ୟରେ ଆଉ ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୩୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ଜିଲାରେ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ ୩୮ ଜଣ ଓ ବାଲେଶ୍ଵର ରୁ ଜଣ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ରୁ ୧୪ ଓ କେଉଁଝର ରୁ ୧୦ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଯାଜପୁର ଜିଲ୍ଲାରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଆକ୍ରାନ୍ତ ହୋଇଛନ୍ତି। ପୁରୀ ଓ ଭଦ୍ରକ ଜିଲ୍ଲାରୁ ୭ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ବଲାଙ୍ଗିରି ଜିଲ୍ଲାରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡ ଜିଲ୍ଲାରୁ ୧୬ ଜଣ ଓ ନୂଆପଡ଼ା ଜିଲ୍ଲାରୁ ୯ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି କୋରାପୁଟ,ମାଲକାନଗିରି,ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଅନଗୁଳ,ଜଗତସିଂହପୁର ଓ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି।
ଖବର ଅନୁସାରେ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୬୧ ହଜାର ୯୨୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୫,୩୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦, ୪୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୯ ଜଣଙ୍କ ର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪,୮୧୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।