ରାଜ୍ୟରେ ନୂଆ ୪୯୪ କରୋନା ପଜିଟିଭ ଚିହ୍ନଟ,ଗଞ୍ଜାମ ରୁ ସର୍ବାଧିକ

Share this:

ରାଜ୍ୟରେ ଆଉ ୪୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୨୪୬  ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ  ଜିଲାରେ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ  ରୁ ୩୮ ଜଣ ଓ ବାଲେଶ୍ଵର ରୁ ଜଣ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ରୁ ୧୪   ଓ କେଉଁଝର ରୁ  ୧୦ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଯାଜପୁର ଜିଲ୍ଲାରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଆକ୍ରାନ୍ତ ହୋଇଛନ୍ତି। ପୁରୀ ଓ ଭଦ୍ରକ ଜିଲ୍ଲାରୁ ୭ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ବଲାଙ୍ଗିରି ଜିଲ୍ଲାରୁ ୩  ଜଣ ସଂକ୍ରମିତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି।  ନୟାଗଡ  ଜିଲ୍ଲାରୁ ୧୬ ଜଣ ଓ ନୂଆପଡ଼ା ଜିଲ୍ଲାରୁ ୯ ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି କୋରାପୁଟ,ମାଲକାନଗିରି,ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଅନଗୁଳ,ଜଗତସିଂହପୁର  ଓ ରାୟଗଡା ଜିଲ୍ଲାରୁ  ଜଣେ ଲେଖାଏଁ  ସଂକ୍ରମିତ ହୋଇଛନ୍ତି।

ଖବର ଅନୁସାରେ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୬୧ ହଜାର ୯୨୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୫,୩୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦, ୪୭୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୯ ଜଣଙ୍କ ର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪,୮୧୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

FROM THE WEB

Share this: