Covid Cases in Odisha: ଓଡ଼ିଶାରେ କମୁନି କରୋନା ସଂକ୍ରମଣ, ଆଜି ନୂଆ ୭୩୦ ଚିହ୍ନଟ

Share this:

ଭୁବନେଶ୍ଵର: Covid cases in Odisha in last 24 hours district Wise ଓଡ଼ିଶାରେ କମ୍ ହେଉନି କରୋନା ସଂକ୍ରମଣ (Coronavirus Odisha)। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୩୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୨୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୦୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି କରୋନା ଚିହ୍ନଟଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡରୁ ୧୫୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ଵରରୁ ୮ଜଣ, ବରଗଡ଼ରୁ ୩୭ଜଣ, ଭଦ୍ରକରୁ ୩ଜଣ, ବଲାଙ୍ଗୀରିରୁ ୧୭ଜଣ, ବୌଦରୁ ୩ଜଣ, କଟକରୁ ୧୮ଜଣ ଚିହ୍ନଟ ହୋଇଥିବାବେଳେ ଦେଓଗଡରୁ ୬ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୯ଜଣ, ଜଗତସିଂପୁରରୁ ୪ଜଣ, ଯାଜପୁରରୁ ୧୫ଜଣ, ଝାରସୁଗୁଡାରୁ ୧୨ଜଣ, କଳାହାଣ୍ଡିରୁ ୩୪ଜଣ, କନ୍ଧମାଳରୁ ୧୬ଜଣ, କେନ୍ଦ୍ରାପଡାରୁ ୫ଜଣ, କେଉଁଝରରୁ ୮ଜଣ, ଖୋର୍ଦ୍ଧାରୁ ୯୬ଜଣ, କୋରାପୁଟରୁ ୯ଜଣ, ମୟୁରଭଞ୍ଜରୁ ୫୯ଜଣ, ନବରଙ୍ଗପୁରରୁ ୨୫ଜଣ, ନୟାଗଡରୁ ୧୩ଜଣ, ନୂଆପଡ଼ାରୁ ୧୫ଜଣ, ପୁରୀରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୨୮ଜଣ, ସମ୍ବଲପୁରରୁ ୮୮ଜଣ ଏବଂ ସୋନପୁରରୁ ୧୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨୦ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୭ ଲକ୍ଷ ୮୬ ହଜାର ୪୩୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୧୮ ହଜାର ୭୫୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮୮୨ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୩ ହଜାର ୮୨୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୮୫୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

advertisement_mahimalive

ସଚେତନତା ହିଁ କୋଭିଡରୁ ଆପଣଙ୍କୁ ସୁରକ୍ଷିତ କରିବ। ନିୟମିତ ମାସ୍କ ପିନ୍ଧିବା ସହ ସମସ୍ତ କୋଭିଡ ନିୟମ ପାଳନ ଦିଗରେ ସଚେତନ ହୁଅନ୍ତୁ ଏବଂ ଏହାକୁ କଡ଼ାକଡ଼ି ପାଳନ କରନ୍ତୁ। ଏଥିସହିତ ଜ୍ଵର, ଥଣ୍ଡା ଏବଂ କାଶ ଭଳି ଲକ୍ଷଣ ଦେଖାଦେଲେ ତୁରନ୍ତ କୋଭିଡ୍ ପରୀକ୍ଷା କରି ପୃଥକବାସରେ ରୁହନ୍ତୁ। କୋଭିଡ୍ ନିୟମ ଅନୁପାଳନ ସହ ସତର୍କତା ଅବଲମ୍ବନ କରନ୍ତୁ। କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

mahimalive news

[amazon_auto_links id=”9932″]

Read Also | Odisha Weather Report: ୧୭ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ଭୂସ୍ଖଳନ ସମ୍ଭାବନା

Share this:

Leave a Reply

Your email address will not be published. Required fields are marked *