New Corona Cases Odisha: ଓଡ଼ିଶାରେ କରୋନା ବିସ୍ପୋରଣ, ଆଜି ୧୧୩ ଚିହ୍ନଟ

Odisha-Coronavirus
Share this:

ଭୁବନେଶ୍ଵର: New Corona Cases odisha Latest Updates ଗତ କିଛିଦିନ ଲଗାତାର ଭାବେ ଓଡ଼ିଶାରେ କରୋନା ସଂକ୍ରମଣ ୫୦ ଉପରେ ରହୁଥିଲା। ହେଲେ ଆଜି ଶହେ ପାର କରିଛି। ଗତକାଲି ଓଡ଼ିଶାରୁ ୬୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ମଙ୍ଗଳବାର ୧୧୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୬୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୨୧ଜଣ ଚିହ୍ନଟ ହୋଇଥିବାବେଳେ ଯାଜପୁରରୁ ୨ଜଣ, ପୁରୀରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡରୁ ୬ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୪ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୦ଲକ୍ଷ ୫୫ହଜାର ୭୮୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୯ ହଜାର ୪୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୫୨ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୭୪୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୧୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *