New Corona Cases Odisha: ଆଜି ରାଜ୍ୟରୁ ଆଉ ୬୯ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: New Corona Cases odisha Latest Updates ଗତ କିଛିଦିନ ଲଗାତାର ଭାବେ ଓଡ଼ିଶାରେ କରୋନା ସଂକ୍ରମଣ ୫୦ ଉପରେ ରହୁଛି। ଗତକାଲି ଓଡ଼ିଶାରୁ ୬୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସୋମବାର ୬୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୫ଜଣ, ବଲାଙ୍ଗୀରିରୁ ଜଣେ, କଟକରୁ ୧୩ଜଣ ଚିହ୍ନଟ ହୋଇଥିବାବେଳେ ଜଗତସିଂପୁରରୁ ଜଣେ, ଯାଜପୁରରୁ ୨ଜଣ, କଳାହାଣ୍ଡିରୁ ଜଣେ, ପୁରୀରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୪ଜଣ, ସୁନ୍ଦରଗଡରୁ ୮ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୦ଲକ୍ଷ ୪୪ହଜାର ୫୦୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୯ ହଜାର ୩୨୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୬୯୩ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୫୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *