New Covid Cases Odisha: ଓଡ଼ିଶାରେ ବଢିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୭୩ ଚିହ୍ନଟ

Share this:

ଭୁବନେଶ୍ଵର: New Covid Cases odisha Latest Updates ଓଡ଼ିଶାରେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ (Coronavirus)। ଗତକାଲି ଓଡ଼ିଶାରୁ ୪୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଗୁରୁବାର ଏକାଥରକେ ୭୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି ଏକ ଚିନ୍ତାଜନକ। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୧୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୯ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧାରୁ ୪୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବଲାଙ୍ଗୀରିରୁ ଜଣେ, କଟକରୁ ୪ଜଣ, କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ା ଏବଂ ପୁରୀରୁ ୬ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁରରୁ ଜଣେ, ସୁନ୍ଦରଗଡରୁ ୩ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୦ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୯ ଲକ୍ଷ ୯୬ହଜାର ୨୨୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୯ ହଜାର ୬୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୬ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୫୩୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୫୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Bank Privatisation: ଏହି ଦୁଇ ସରକାରୀ ବ୍ୟାଙ୍କ ହେବ ଘରୋଇକରଣ

Share this:

Leave a Reply

Your email address will not be published. Required fields are marked *