ଆଜି ଚିହ୍ନଟ ହେଲେ ୧୪୩୪ କରୋନା ପଜିଟିଭ, ପ୍ରଥମ ଥର ରାୟଗଡା ରେ ୧୯୭ ଆକ୍ରାନ୍ତ

Share this:

ଭୁବନେଶ୍ଵର :ରାଜ୍ୟରେ ଆଜି ୧୪୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୮୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୩୨୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ୨୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକରୁ ୧୨୩  ଜଣ କନ୍ଧମାଳରୁ ୪୪  ଜଣ,କୋରାପୁଟରୁ ୧୨  ଜଣ, କେନ୍ଦ୍ରାପଡ଼ାରୁ ୨୨  ଜଣ,କେଉଁଝରରୁ ୨ ଜଣ  ଓ କଳାହାଣ୍ଡିରୁ ୧୮ ଜଣ ସଂକ୍ରମିତ ହୋଇଛନ୍ତି। ରାୟଗଡା  ଜିଲ୍ଲାରୁ ୧୯୭ ଜଣ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ  ୫୧  ଜଣ ,ସୁନ୍ଦରଗଡ଼ ଜିଲ୍ଲାରୁ ୭୬ ଜଣ ଓ ସୋନପୁରରୁ ୬ ଜଣ ଆକ୍ରାନ୍ତ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୫୭ ଜଣ ,ଜଗତସିଂହପୁରରୁ ୧୩  ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୬ ଜଣ  ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୫ ଜଣ, ବାଲେଶ୍ଵରରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ ଏବଂ ବୌଦ୍ଧରୁ ୫ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୯୧ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୬୫ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୮ ଜଣ ,ନବରଙ୍ଗପୁରରୁ ୨ଜଣ ଏବଂ ନୂଆପଡ଼ାରୁ୭ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୧୩ ଜଣ,ଦେଓଗଡରୁ ୨ ଜଣ  ସଂକ୍ରମିତ ହୋଇଛନ୍ତି। ଅନୁଗୋଳରୁ ୯ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ଜଣେ ଓ ମାଲକାନଗିରିରୁ ୨୪ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୫ ଲକ୍ଷ ୪୩ହଜାର ୩୧୬ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩୪ ହଜାର ୯୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୧ହଜାର ୨୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୪୦୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share this: