New Covid Cases Odisha: ରାଜ୍ୟରୁ ଆଜି ୬୧ କୋଭିଡ ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର: New Covid Cases odisha Latest Updates ଗତକାଲି ଓଡ଼ିଶାରୁ ୭୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶୁକ୍ରବାର ୬୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୭ଜଣ ଚିହ୍ନଟ ହୋଇଥିବାବେଳେ ଭଦ୍ରକରୁ ଜଣେ, ବଲାଙ୍ଗୀରିରୁ ଜଣେ, ଜଗତସିଂପୁରରୁ ଜଣେ, ପୁରୀରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ରାୟଗଡାରୁ ଜଣେ, ସୁନ୍ଦରଗଡରୁ ୫ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୮ଜଣ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୦ଲକ୍ଷ ୯ହଜାର ୪୫୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୯ ହଜାର ୧୨୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୪ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୫୫୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୯୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
Read Also | Bank Privatisation: ଏହି ଦୁଇ ସରକାରୀ ବ୍ୟାଙ୍କ ହେବ ଘରୋଇକରଣ