New Covid Cases Odisha: ଓଡିଶାରୁ ଆଜି ୬୨ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: New Covid Cases odisha Latest Updates ଗତକାଲି ଓଡ଼ିଶାରୁ ୬୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ୬୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୩୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ କରୋନା ମହାମାରୀ ଶେଷ ହୋଇ ନଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ପରି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ଵରରୁ ୨ଜଣ, କଟକରୁ ୮ଜଣ ଚିହ୍ନଟ ହୋଇଥିବାବେଳେ ଜଗତସିଂପୁରରୁ ଜଣେ, ଝାରସୁଗୁଡାରୁ ଜଣେ, କୋରାପୁଟରୁ ଜଣେ, ପୁରୀରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୨ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୯ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୨୦ଲକ୍ଷ ୨୨ହଜାର ୭୨୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୯ ହଜାର ୧୯୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୩ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୬୦୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୧୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *