Covid Cases Odisha: ଓଡିଶାରୁ ୯ କରୋନା ପଜିଟିଭ ଚିହ୍ନଟ

corona_update
Share this:

ଭୁବନେଶ୍ଵର: Covid Cases Odisha ଗତକାଲି ରାଜ୍ୟରୁ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଗୁରୁବାର ୫ଜିଲ୍ଲାରୁ ୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ କଟକରୁ ୨ଜଣ, କେନ୍ଦ୍ରାପଡାରୁ ଜଣେ, ଖୋର୍ଦ୍ଧାରୁ ୨ଜଣ, ନୂଆପଡ଼ାରୁ ୨ଜଣ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁର ଜଣେ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୧ ଲକ୍ଷ ୨୨ ହଜାର ୫୫୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୬୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୫ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୬୮୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *