ରାଜ୍ୟରେ ଆଜି ୭୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୫୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୫ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ଜିଲାରେ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ ୨୭ ଜଣ ଓ ଜଗତସିଂହପୁର ଜିଲ୍ଲା ରୁ ୪୦ ଜଣ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜ ରୁ ୧୨ ଜଣ ଓ ମାଲକାନଗିରି ରୁ ୧୮ ଜଣ ସଂକ୍ରମିତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୧୭ ଆକ୍ରାନ୍ତ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୪୦ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବୌଦ୍ଧ ଓ ରାୟଗଡ଼ା ଜିଲ୍ଲାରୁ୮ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ପୁରୀ ଜିଲ୍ଲା ରୁ ୧୪ ଜଣ ଓ ଭଦ୍ରକ ରୁ ୫ ଜଣ ସଂକ୍ରମିତ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡ ଜିଲ୍ଲାରୁ ୧୦ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୨୫ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି କୋରାପୁଟ ଜିଲ୍ଲା ରୁ ୪୫ ଜଣ, ବଲାଙ୍ଗୀରି ରୁ ୪ ଜଣ ସଂକ୍ରମିତ ହୋଇଛନ୍ତି। ବାଲେଶ୍ଵର ଜିଲ୍ଲା ରୁ ୩୩ ଜଣ ସଂକ୍ରମିତ ହୋଇଛନ୍ତି। ଅନଗୁଳ ଜିଲାରୁ ୨୨ ଜଣ ଓ ଗଜପତି ଜିଲ୍ଲା ରୁ ୩୯ ଲେଖାଏଁ ସଂକ୍ରମିତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୨ ଜଣ ସହିତ ଢେଙ୍କାନାଳ ,କେଉଁଝର ଓ ନବରଂଗପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୮୬ ହଜାର ୧୦୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୭,୪୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ଛନ୍ତି। ୧୧,୯୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫,୩୮୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।