ରାଜ୍ୟରେ ରେକର୍ଡ ସଂଖ୍ୟକ ନୂଆ ୭୧୮ କରୋନା ପଜିଟିଭ ଚିହ୍ନଟ,ଗଞ୍ଜାମ ରୁ ସର୍ବାଧିକ
ରାଜ୍ୟରେ ଆଜି ୭୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୩୯ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୪ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୩୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ଜିଲାରେ ୧୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ ୩୨ ଜଣ ଓ ମାଲକାନଗିରି ଜିଲ୍ଲା ରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ରୁ ୨୨ ଓ କେଉଁଝର ରୁ ୨୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଝାରସୁଗୁଡା ଜିଲ୍ଲାରୁ ୨୪ ଜଣ ସଂକ୍ରମିତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଆକ୍ରାନ୍ତ ହୋଇଛନ୍ତି। ପୁରୀ ଜିଲ୍ଲା ରୁ ୯ ଜଣ ଓ ଭଦ୍ରକ ଜିଲ୍ଲାରୁ ୧୦ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଗଜପତି ଜିଲ୍ଲାରୁ ୨୧ ଜଣ ସଂକ୍ରମିତ ହୋଇଛନ୍ତି। କେନ୍ଦ୍ରାପଡ଼ା ଓ ବରଗଡ଼ ଜିଲ୍ଲାରୁ ୪ ଜଣ ଓ ଜଗତସିଂହପୁର ଜିଲ୍ଲା ରୁ ୧୬ ସଂକ୍ରମିତ ହୋଇଛନ୍ତି। ନୟାଗଡ ଜିଲ୍ଲାରୁ ୧୩ ଜଣ ଓ ରାୟଗଡ଼ା ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି କୋରାପୁଟ ଜିଲ୍ଲା ରୁ ୨୭ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୭ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ସୋନପୁର ଜିଲ୍ଲା ରୁ ୫ ଜଣ ଓ କାନ୍ଧମାଳ ଜିଲ୍ଲାରୁ ୭ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଅନଗୁଳ ଓ ବାଲେଶ୍ଵର ଜିଲ୍ଲା ରୁ ୯ ଜଣ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାରୁ ୬ ଜଣ ସଂକ୍ରମିତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା ରୁ ଜଣେ ସଂକ୍ରମିତ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୬୯ ହଜାର ୭୩୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୬,୧୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ଛନ୍ତି। ୧୦,୮୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୩ ଜଣଙ୍କ ର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫,୧୨୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।