ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ,ଆଜି ଚିହ୍ନଟ ହେଲେ୧୬୦୨ କରୋନା ପଜିଟିଭ,

Share this:

ଭୁବନେଶ୍ଵର : ରାଜ୍ୟରେ ଆଜି ୧୬୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୯୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୦୯ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।  ଗଞ୍ଜାମ ଜିଲ୍ଲାରେ  ସର୍ବାଧିକ ୩୦୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ୨୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ ୫୪ ଜଣ କନ୍ଧମାଳ  ରୁ ୪୫ ଜଣ,କୋରାପୁଟ ରୁ ୪୬ ଜଣ, କେନ୍ଦ୍ରାପଡ଼ା ରୁ ୧୫ ଜଣ,କେଉଁଝର ରୁ ୩୧ଜଣ  ଓ କଳାହାଣ୍ଡି  ରୁ ୩୦ଜଣ ସଂକ୍ରମିତ ହୋଇଛନ୍ତି। ରାୟଗଡା  ଜିଲ୍ଲା ରୁ ୧୬୪ଜଣ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ  ୩୯ ଜଣ ,ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ ଓ ସୋନପୁର ରୁ ୬ଜଣ ଆକ୍ରାନ୍ତ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୪୪ ଜଣ ,ଜଗତସିଂହପୁର ରୁ ୧୯ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୭ଜଣ  ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ରୁ ୧୩ ଜଣ, ବାଲେଶ୍ଵର ରୁ ୨୯ ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜଣ ,ବୌଦ୍ଧ ରୁ ୯ ଜଣ ଏବଂ ବଲାଙ୍ଗୀରି ଜିଲ୍ଲାରୁ ୩୮ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତି ରୁ ୧୦୮ଜଣ ସଂକ୍ରମିତ ହୋଇଛନ୍ତି। ପୁରୀ ରୁ ୫୦ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡ ରୁ ୩୩ ଜଣ ,ନବରଙ୍ଗପୁର ରୁ ୯ ଜଣ ଏବଂ ନୂଆପଡ଼ାରୁ୫ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି, ଢେଙ୍କାନାଳରୁ ୪୯ ଜଣ  ସଂକ୍ରମିତ ହୋଇଛନ୍ତି। ଅନୁଗୋଳ ରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜ ରୁ ୩୯ ଜଣ ଓ ମାଲକାନଗିରି ରୁ ୩୦ ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୫ ଲକ୍ଷ ୨୮ହଜାର ୭୦୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩୩ ହଜାର ୪୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୦ହଜାର ୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨ ହଜାର ୭୩୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share this: