Breaking Newsଓଡ଼ିଶା

ଆସନ୍ତା ୪ ଦିନ ରାଜ୍ୟରେ ଜାରି ରହିବ ବର୍ଷା

Share this:

ଭୁବନେଶ୍ଵର  : ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।  ରାଜ୍ୟର ଅନେକ ସ୍ଥାନରେ ମଧ୍ୟମ ରୁ  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦ୍ଵାରା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା  ଜିଲ୍ଲା ଗୁଡିକ ହେଲେ , ସୁନ୍ଦରଗଡ଼ ,ବରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର। ଏହି ଜିଲ୍ଲା ଗୁଡିକରେ  ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Share this: