Covid-19: ଆଜି ରାଜ୍ୟରୁ ଆଉ ୪୫ଜଣଙ୍କ କରୋନାରେ ମୃତ୍ୟୁ

Share this:

ଭୁବନେଶ୍ୱର: ରାଜ୍ୟରେ କରୋନା (Corona Virus) ଜନିତ ମୃତ୍ୟୁ ସଂଖ୍ୟା କମିବାର ନାଁ’ ନେଉନି। ଆଜି ରାଜ୍ୟରୁ ଆଉ ୪୫ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩ ହଜାର ୩୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଅଛନ୍ତି। ସେହିପରି କଟକରୁ ୪ଜଣ ଅଛନ୍ତି। ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂପୁର, ସୁନ୍ଦରଗଡ଼  ଏବଂ ପୁରୀରୁ ୩ଜଣ ଲେଖାଏଁ ଅଛନ୍ତି। ବରଗଡ଼, ବାଲେଶ୍ଵର, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ ଏବଂ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏଁ ଥିବାବେଳେ ଗଜପତି, ଝାରସୁଗୁଡା, ନୟାଗଡ଼, କଳାହାଣ୍ଡି ଏବଂ ନୂଆପଡ଼ାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୨୬ ଲକ୍ଷ ୫୨ ହଜାର ୩୯୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୮ ଲକ୍ଷ ୫୧ହଜାର ୭୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୭ ହଜାର ୫୭୮ ସୁସ୍ଥ ହେବା ସହିତ ମୋଟ ୭ ଲକ୍ଷ ୮୯ ହଜାର ୬୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୯ ହଜାର ୩୬୧ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। 

Also Read | Odisha Police Recruitment: SI ଏବଂ Constable ରେ ନିଯୁକ୍ତି, apply…

[amazon_auto_links id=”9932″]

Share this: