Odisha BJP MLA: ଓଡ଼ିଶା ବିଧାନସଭାର ବିରୋଧୀ ଦଳର  ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ

Share this:

ଭୁବନେଶ୍ୱର: Odisha BJP MLA Bishnu Charan Sethy passes away. ବିଜେପି ବିଧାୟକ ତଥା ଓଡ଼ିଶା ବିଧାନସଭାର ବିରୋଧୀ ଦଳର  ଉପନେତା ବିଷ୍ଣୁ ଚରଣ ସେଠୀ (Bishnu Charan Sethy) ଙ୍କର ଆଜି ସୋମବାର ସକାଳେ ପରଲୋକ ଘଟିଛି। ସେ କିଡନୀଜନିତ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିଲେ। ପରେ ବ୍ରେନ ଷ୍ଟ୍ରୋକ ହୋଇ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା। ଆଜି ସକାଳ ପ୍ରାୟ ୭ଟା ୪୫ ମିନିଟ୍‌ରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା।

ବିଷ୍ଣୁ ଚରଣ ସେଠୀ ଏକାଧାରରେ ଜଣେ ରାଜନେତା, ସାମ୍ୱାଦିକ, କବି, ବକ୍ତା, ଲେଖକ ଓ ସାହିତ୍ୟିକ ଥିଲେ। ସେ ଭଦ୍ରକ ଧାମନଗରର ବିଧାୟକ ଥିଲେ। ତାଙ୍କ ମୃତ୍ୟୁରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି।

ଶ୍ରୀ ସେଠୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ପ୍ରମୁଖ ବ୍ୟକ୍ତି ବିଶେଷ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି, ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ବିଷ୍ଣୁ ସେଠୀଙ୍କ ପରଲୋକ ଶୋକବ୍ୟକ୍ତ କରିଛନ୍ତି। ତାଙ୍କୁ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଭାବରେ ବର୍ଣ୍ଣନା କରି ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ଵିଟ କରି କହିଛନ୍ତି, ଓଡ଼ିଶା ବିଧାନସଭାର ବିରୋଧୀ ଦଳର ଉପନେତା, ଆମ ଦଳର ବରିଷ୍ଠ ନେତା ତଥା ଧାମନଗର ବିଧାୟକ ବଡ଼ ଭାଇ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ବିଷ୍ଣୁ ଭାଇଙ୍କ ସହ ମୋର ପାରିବାରିକ ସମ୍ପର୍କ ଥିଲା। ଜଣେ ବଡ଼ ଭାଇ ଭାବରେ ସେ ମୋତେ ସ୍ନେହ ଆଦର କରନ୍ତି।

ଶ୍ରୀ ପ୍ରଧାନ ପୁଣି କହିଛନ୍ତି, ସେ ଜଣେ ସ୍ନେହୀ, ଅମାୟିକ ବ୍ୟକ୍ତିତ୍ୱ ଭାବେ ବିଷ୍ଣୁ ଭାଇ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରିଥିଲେ। ବିଧାନସଭାରେ ଶାଣିତ ସ୍ୱରରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିବାରେ ତାଙ୍କର ଶୈଳି ଥିଲା ନିଆରା। ଜଣେ ଲେଖକ ଓ ସୁବକ୍ତା ଭାବେ ସେ ନିଜର ଅନ୍ୟ ଏକ ପରିଚୟ ତିଆରି କରିଥିଲେ। ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ। ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି।

Read Also | Odisha Weather Report : ଆସନ୍ତା ୨୪ ଘଣ୍ଟାରେ ୨୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା,୨୦ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

[amazon_auto_links id=”10233″]

Share this:

Leave a Reply

Your email address will not be published. Required fields are marked *