Odisha Examination: ଓଡ଼ିଶା ଦଶମ ଓ ଦ୍ଵାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

Share this:

ଭୁବନେଶ୍ୱର: ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷା (Odisha Board Examination) କୁ ସ୍ଥଗିତ ରଖିବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଆସନ୍ତା ୧୯ ତାରିଖ ସୋମବାର ଠାରୁ ସବୁ ସ୍କୁଲ ଓ ହଷ୍ଟେଲ ବନ୍ଦ ରହିବ।

ବର୍ତ୍ତମାନର କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କର ସ୍ଵାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ଵାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ଵାରା ୧୮ମେ ୨୦୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବା ଦ୍ଵାଦଶ ଶ୍ରେଣୀ ପରୀକ୍ଷାକୁ ସୁଗିତ ରଖାଯାଇଛି। କୋଭିଡ-୧୯ (Covid-19) ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।

ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ଦ୍ଵାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ରଖାଯାଇଛି। ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ।ସେହିପରି ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ଵାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ ।

ସେହିପରି ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ଵାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ଚଳିତ ୧୯ ତାରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ।

ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ।

[amazon_auto_links id=”10233″]

Also Read | CBSE ବୋର୍ଡ ପରୀକ୍ଷାରେ ବଡ ନିଷ୍ପତ୍ତି, ଦଶମ ପରୀକ୍ଷା ବାତିଲ, ଦ୍ୱାଦଶ ପରୀକ୍ଷା ସ୍ଥଗିତ

Share this:

Leave a Reply

Your email address will not be published. Required fields are marked *