Odisha Covid-19 Data: ଆଜି ରାଜ୍ୟରୁ ୧୧୨୯ ଜଣ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରେ ଗତ ୨୪ ଘଣ୍ଟାରେ ୧ ହଜାର ୧୨୯ ଜଣ କରୋନା (Corona) ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬୫୭ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୭୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୩୮୮ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୫୫ଜଣ, ବାଲେଶ୍ଵରରୁ ୭୨ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୬୦ଜଣ, ବଲାଙ୍ଗୀରିରୁ ୪ଜଣ, ବୌଦରୁ ୪ଜଣ, କଟକରୁ ୧୩୫ ଜଣ, ଦେଓଗଡ଼ରୁ ୮ଜଣ, ଢେଙ୍କାନାଳରୁ ୭ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂପୁରରୁ ୬୩ଜଣ, ଯାଜପୁରରୁ ୪୮ଜଣ, ଝାରସୁଗୁଡାରୁ ୬ଜଣ, କଳାହଣ୍ଡିରୁ ୧ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡ଼ାରୁ ୬୬ଜଣ, କେଉଁଝରରୁ ୮ଜଣ, କୋରାପୁଟରୁ ୨ଜଣ, ମାଲକାନଗିରିରୁ ୪ଜଣ, ମୟୁରଭଞ୍ଜରୁ ୨୦ଜଣ, ନବରଙ୍ଗପୁରରୁ ୫ଜଣ, ନୟାଗଡ଼ରୁ ୨୦ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୪୮ଜଣ, ରାୟଗଡାରୁ ୬ଜଣ, ସମ୍ବଲପୁରରୁ ଜଣେ, ସୋନପୁରରୁ ୫ଜଣ, ସୁନ୍ଦରଗଡରୁ ୫ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୭୬ଜଣ ସଂକ୍ରମିତ ହୋଇଛନ୍ତି

Also Read | e-Rupi ସେବା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ ମୋଦୀ, ବାଟମାରଣା ମୁକ୍ତ ହେବ କଲ୍ୟାଣକାରୀ ସେବା

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୬୨ ଲକ୍ଷ ୨୩ ହଜାର ୮୨୧ଟି  ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୮୦ ହଜାର ୮୬୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୭୮୫ଜଣ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୬୦ ହଜାର ୩୮୬ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ହଜାର ୩୨୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: