Corona Cases Odisha: ଓଡ଼ିଶାରେ ବଢିଲା ସଂକ୍ରମଣ, ଆଜି ୧୯ ଚିହ୍ନଟ

Share this:

ଭୁବନେଶ୍ଵର: Corona Cases Latest Updates Odisha ଓଡିଶାରେ ଦିନେ କରୋନା ସଂକ୍ରମଣ ବଢିଲେ ଦିନେ କମୁଛି। ଗତକାଲି ରାଜ୍ୟରୁ ୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରବିବାର ୧୯ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାକି କାଲି ତୁଳନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା ବଢିଛି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବାଲେଶ୍ଵରରୁ ୨ଜଣ, କଟକରୁ ୫ଜଣ, ଖୋର୍ଦ୍ଧାରୁ ୬ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡରୁ ଜଣେ, ଦେଓଗଡରୁ ଜଣେ, ଗଞ୍ଜାମରୁ ୨ଜଣ, ନୟାଗଡରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୮ଲକ୍ଷ ୪ହଜାର ୧୫୭ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୫୦୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୨୩୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | High Security Plate: ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍‍ ନମ୍ବର ବିନା ଆଉ ଗଡିବନି ଗାଡି, ଏହି ପୋର୍ଟାଲରେ ହେବ ଆବେଦନ  

Share this:

Leave a Reply

Your email address will not be published. Required fields are marked *