Odisha Corona Report Today: ଆଜି ରାଜ୍ୟରୁ ୯୧ ସଂକ୍ରମିତ ଚିହ୍ନଟ

odisha_covid_report
Share this:

ଭୁବନେଶ୍ଵର: Odisha Corona Report Today ଓଡ଼ିଶାରୁ ଆଜି ମଧ୍ୟ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ହେଲେ ଗତକାଲି ଅପେକ୍ଷା ଆଜି ବଢିଛି ସଂକ୍ରମଣ (Odisha Corona Report Today)। ରାଜ୍ୟରେ ଗତକାଲି ୬୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୯୧ଜଣ (Odisha Covid Cases) ଚିହ୍ନଟ ହୋଇଛନ୍ତି। ଯାହାକି କାଲି ଅପେକ୍ଷା ଆଜି କମ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୮ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ଜଣେ, ଭଦ୍ରକରୁ ଜଣେ, ବୌଦରୁ ୫ଜଣ, କଟକରୁ ୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୨ଜଣ, ଗଜପତିରୁ ୨ଜଣ, ଜଗତସିଂପୁରରୁ ଜଣେ, ଯାଜପୁରରୁ ୩ଜଣ, ଝାରସୁଗୁଡାରୁ ଜଣେ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୩ଜଣ, ଖୋର୍ଦ୍ଧାରୁ ୧୪ଜଣ, କୋରାପୁଟରୁ ୩ଜଣ, ମାଲକାନଗିରିରୁ ଜଣେ, ନୟାଗଡରୁ ୨ଜଣ, ନୂଆପଡ଼ାରୁ ୧୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୫ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୩ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡରୁ ୧୪ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୪ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୬ ଲକ୍ଷ ୧୩ ହାଜର ୮୧୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୪ ହଜାର ୫୨୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୯୪ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୪ ହଜାର ୨୩୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୪୪ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[a[amazon_auto_links id=”9939″]

mahimalive news
amazon+home

Read Also |Odisha Weather Today : ବର୍ଷା ଧୋଇନେବ ଦଶହରା, ଆସନ୍ତା ୪ ଦିନ ପ୍ରବଳ ବର୍ଷା; ୟେଲୋ ୱାର୍ଣ୍ଣିଂ ଜାରି

Share this:

Leave a Reply

Your email address will not be published.