ରାଜ୍ୟରେ ପୁଣି ୭୫୫ କରୋନା ପଜିଟିଭ ଚିହ୍ନଟ
ରାଜ୍ୟରେ ଆଉ ୭୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୫୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୩ ଟି ଜିଲାରୁ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୩୨୦ ଜଣ ଚିହ୍ନଟ ହୋଇଛନ୍ତି। ତା ତଳକୁ ଯାଜପୁର ଜିଲ୍ଲାରେ ୮୬ ଓ ସୁନ୍ଦରଗଢ ଜିଲାରେ ୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି, ଖୋର୍ଦ୍ଧା ଜିଲ୍ଲାରେ ୫୯ ଜଣ ଓ କଟକ ରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି। କେନ୍ଦୁଝର ରୁ ୩୨ ଜଣ ଓ ଗଜପତି ଜିଲ୍ଲାରୁ ୩୦ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ମାଲକାନଗିରି ଜିଲ୍ଲାରୁ ୧୮ ଜଣ ଓ ନୟାଗଡ଼ ଜିଲ୍ଲାରୁ ୧୬ ଆକ୍ରାନ୍ତ ହୋଇଛନ୍ତି। ଜଗତସିଂପୁର ଜିଲ୍ଲାରେ ୫ ଜଣ ଆକ୍ରାନ୍ତ ହୋଇଛନ୍ତି। ମୟୂରଭଞ୍ଜ ଓ ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ସେହିପରି ପୁରୀ ଜିଲ୍ଲାରୁ ୧୧ ଜଣ ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରୁ ୫ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁର , ଭଦ୍ରକ ଓ କନ୍ଧମାଳ ଜିଲ୍ଲାରେ ୨ ଜଣ ସଂକ୍ରମିତ ହୋଇଛନ୍ତି। ଅନଗୁଳ ଜିଲାରୁ ୩ ଆକ୍ରାନ୍ତ ହୋଇଛନ୍ତି। ଦେବଗଡ଼ ଓ ଢେଙ୍କାନାଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ହୋଇଛନ୍ତି। ବାଲେସ୍ଵର ଜିଲ୍ଲା ରୁ ୯ ଜଣ ସଂକ୍ରମିତ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ହୋଇଛନ୍ତି।
ଖବର ଅନୁସାରେ, ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୨୧ ହଜାର ୪୪୩ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୧୯୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭,୦୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୬ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୪୭୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।