Odisha Covid19: ଆଜି ୨୬୭୩ ଜଣ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୨ ହଜାର ୬୭୩ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୫୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୧୧୯ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪୪୮ ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୪୪ ଜଣ, କଟକରୁ ୨୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୪୪ ଜଣ, କୋରାପୁଟରୁ ୩୯ ଜଣ, କେନ୍ଦ୍ରାପଡ଼ାରୁ ୧୫୧ ଜଣ, କେଉଁଝରରୁ ୫୧ ଜଣ ଓ କଳାହାଣ୍ଡିରୁ ୭୭ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୭୩ ଜଣ, ସୁନ୍ଦରଗଡ଼ରୁ ୮୮ ଜଣ ଓ ସୋନପୁର ଜିଲ୍ଲାରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୮୮ ଜଣ, ଜଗତସିଂହପୁରରୁ ୬୮ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୬୮ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୬୮ ଜଣ, ବାଲେଶ୍ଵରରୁ ୭୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୯୩ ଜଣ, ବୌଦ୍ଧରୁ ୧୩ ଜଣ ଏବଂ ଭଦ୍ରକରୁ ୯୭ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୧୨୪ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୩୫ ଜଣ, ନବରଙ୍ଗପୁରରୁ ୭୨ ଜଣ ଓ ନୂଆପଡ଼ାରୁ ୧୫୯ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୩୬ ଜଣ, ଦେଓଗଡରୁ ୧୮ ଜଣ, ରାୟଗଡାରୁ ୧୧ ଜଣ, ଅନୁଗୋଳରୁ ୧୨୬ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୦୦ ଜଣ ଏବଂ ମାଲକାନଗିରିରୁ ୩୨ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୮୬ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩୫ ଲକ୍ଷ ୨୪ ହଜାର ୨୪୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୩୮ ହଜାର ୦୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ ହଜାର ୬୧୦ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read: America News: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ ମେଲାନିଆ କରୋନା ପଜିଟିଭ୍

Share this: