Odisha Covid19: ଆଜି ୨୬୧୭ ଜଣ କରୋନା ପଜିଟିଭ ଚିହ୍ନଟ, କମୁଛି ସଂକ୍ରମିତଙ୍କ ସଂଖ୍ୟା

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୨ ହଜାର ୬୧୭ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ  ୧୫୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୦୯୬ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୦୬ ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ୪୩ ଜଣ, କଟକରୁ ୧୩୬ ଜଣ, କନ୍ଧମାଳ ଜିଲ୍ଲାରୁ ୩୨ ଜଣ, କୋରାପୁଟରୁ ୪୩ ଜଣ, କେନ୍ଦ୍ରାପଡ଼ାରୁ ୧୩୨ ଜଣ, କେଉଁଝରରୁ ୧୦୭ ଜଣ ଓ କଳାହାଣ୍ଡିରୁ ୪୪ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୦୬ଜଣ, ସୁନ୍ଦରଗଡ଼ରୁ ୯୧ ଜଣ ଓ ସୋନପୁର ଜିଲ୍ଲାରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୧୧୨ ଜଣ, ଜଗତସିଂହପୁରରୁ ୪୫ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୪୬ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୧୪୮ ଜଣ, ବାଲେଶ୍ଵରରୁ ୭୯ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୦୯ ଜଣ, ବୌଦ୍ଧରୁ ୧୮ ଜଣ ଏବଂ ଭଦ୍ରକରୁ ୪୯ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୭ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୭୯ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୩୮ ଜଣ, ନବରଙ୍ଗପୁରରୁ ୫୯ ଜଣ ଓ ନୂଆପଡ଼ାରୁ ୫୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୭୪ ଜଣ, ଦେଓଗଡରୁ ୧୮ ଜଣ, ରାୟଗଡାରୁ ୨୬ ଜଣ, ଅନୁଗୋଳରୁ ୧୧୫ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୦୧ ଜଣ ଏବଂ ମାଲକାନଗିରିରୁ ୬୭ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୧୦୬ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩୪ ଲକ୍ଷ ୮୨ ହଜାର ୪୦୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୩୫ ହଜାର ୩୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୨ ହଜାର ୫୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read: Pradeep Maharathy: ପରଲୋକରେ ପ୍ରଦୀପ ମହାରଥୀ

Share this: