Breaking Newsଓଡ଼ିଶା ରାଜ୍ୟରେ ନୂଆ ୬୭୩ କରୋନା ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୧୮ ହଜାର ପାର July 20, 2020 MahimaLive Share this: ରାଜ୍ୟରେ ଆଜି ୭୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୪୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୨୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ ଟି ଜିଲାରୁ କୋଭିଡ଼-୧୯ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୩୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରେ ଓ ଭଦ୍ରକ ଜିଲାରେ ୫୮ ଜଣ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକ ରୁ ୩୨ ଜଣ ଓ ଜଗତସିଂହପୁର ଜିଲ୍ଲା ରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି। କନ୍ଧମାଳ ରୁ ୪୪ ଜଣ ଓ କୋରାପୁଟ ରୁ ୪୧ ଜଣ ସଂକ୍ରମିତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଆକ୍ରାନ୍ତ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୨୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ବରଗଡ଼ ରୁ ୨୨ ଜଣ,କେଉଁଝର ରୁ ୨୪ ଜଣ ,ଝାରସୁଗୁଡା ଜିଲ୍ଲାରୁ୧୪ ଜଣ ସଂକ୍ରମିତ ହୋଇଛନ୍ତି। ବାଲେଶ୍ଵର ଜିଲ୍ଲା ରୁ ୧୩ ଜଣ ସଂକ୍ରମିତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାରୁ ୧୦ ଜଣ ଓ ଗଜପତି ଜିଲ୍ଲାରୁ ୧୫ ଜଣ ସଂକ୍ରମିତ ହୋଇଛନ୍ତି। ଅନଗୁଳ,କେନ୍ଦ୍ରାପଡ଼ା,ସୋନପୁର ,ମାଲକାନଗିରି ,ନୟାଗଡ଼ ଓ ପୁରୀ ଜିଲ୍ଲା ରୁ ୪ ଲେଖାଏଁ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁର ଜିଲ୍ଲାରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜ ଜିଲ୍ଲାରୁ ଜଣେ ସଂକ୍ରମିତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩ ଲକ୍ଷ ୯୩ ହଜାର ୬୦୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୮,୧୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ଛନ୍ତି। ୧୨ ହଜାର ୪୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫ ହଜାର ୫୩୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। FROM THE WEB Share this: