Odisha Covid-19: ଆଜି ରାଜ୍ୟରେ ୭୫୭ ନୂଆ ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ପୁଣି ଆଜି ରାଜ୍ୟରେ ୭୫୭ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୪୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୨୧ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୭୦ ଜଣ, ଅନୁଗୋଳରୁ ୭୫ ଜଣ, ଗଞ୍ଜାମରୁ ୧୩ ଜଣ, କଟକରୁ ୬୭ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କୋରାପୁଟରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେଉଁଝରରୁ ୨୬ ଜଣ ଓ କଳାହାଣ୍ଡିରୁ ୩୭ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୫ ଜଣ, ସୁନ୍ଦରଗଡ଼ରୁ ୫୨ ଜଣ ଓ ସୋନପୁର ଜିଲ୍ଲାରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୨୭ ଜଣ, ଜଗତସିଂହପୁରରୁ ୪୨ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୨୫ ଜଣ ସଂକ୍ରମିତ ହୋଇଛନ୍ତି।

Roadster Men Blue Sleeveless Denim Jacket @ Rs.879 (60% off)

ସେହିପରି ବରଗଡ଼ରୁ ୧୨ ଜଣ, ବାଲେଶ୍ଵରରୁ ୩୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩୫ ଜଣ ଏବଂ ଭଦ୍ରକରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ଜଣେ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୯ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୬ ଜଣ, ନବରଙ୍ଗପୁରରୁ ୧୦ ଜଣ ଓ ନୂଆପଡ଼ାରୁ ୪୧ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୯ ଜଣ, ଦେବଗଡ଼ରୁ ୧ ଜଣ, ରାୟଗଡାରୁ ୪ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୪୩ ଜଣ ଏବଂ ମାଲକାନଗିରିରୁ ୮ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୧୪ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୫୪ ଲକ୍ଷ ୭୧ ହଜାର ୧୮୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୧୨ ହଜାର ୫୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୩ ଲକ୍ଷ ୨ ହଜାର ୭୯୬ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮ ହଜାର ୮୮ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Share this: