ଓଡ଼ିଶାରେ କମୁନି Corona ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା, ଆଜି ପୁଣି ୪୫ଜଣଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ଓଡ଼ିଶା (Odisha) ରୁ ୪୫ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୬୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ନୟାଗଡ ଓ ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। କେଉଁଝର ଓ ଗଞ୍ଜାମରୁ ୪ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସେହିପରି ସୁନ୍ଦରଗଡ ଏବଂ ବରଗଡ଼ରୁ ୩ଜଣ ଲେଖାଏଁ  କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ, କଟକ ଏବଂ ସମ୍ବଲପୁରରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ମୟୁରଭଞ୍ଜ, ନବରଙ୍ଗପୁର, ଏବଂ ଝାରସୁଗୁଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୮ ଲକ୍ଷ ୩୩ ହଜାର ୮୭୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୧୨ ହଜାର ୮୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୨୩୩ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୭୭ ହଜାର ୫୪୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୧ ହଜାର ୨୩୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Odisha Lockdown:ଓଡ଼ିଶାରେ ୧୬ ଜୁଲାଇ ପର୍ଯ୍ୟନ୍ତ ବଢିଲା ଆଂଶିକ କଟକଣା; କଣ ଖୋଲା,କଣ ବନ୍ଦ

Share this: