Odisha Coronavirus Updates: ଓଡିଶାରୁ ଆଜି ୧୦ କୋଭିଡ ପଜିଟିଭ ଚିହ୍ନଟ

covid19 updates-mahimalive
Share this:

ଭୁବନେଶ୍ଵର: Odisha Covid-19 Updates ଆଜି ଓଡ଼ିଶାରେ କମିଛି କରୋନା (Coronavirus) ସଂକ୍ରମଣ। ଗତକାଲି ରାଜ୍ୟରୁ ୧୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଶନିବାର ୬ଜିଲ୍ଲାରୁ ୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୨ଜଣ, ବଲାଙ୍ଗୀରିରୁ ୩ଜଣ, କଟକରୁ ଜଣେ, ଖୋର୍ଦ୍ଧାରୁ ୨ଜଣ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁର ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୦ ଲକ୍ଷ ୨୭ ହଜାର ୮୩୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୬୨୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Odisha Weather Report: ଆସନ୍ତା ୨୪ ଘଣ୍ଟାରେ ଏହି ଜିଲ୍ଲାରେ କାଳବୈଶାଖୀ, ଏଥର ମୌସୁମୀ ଜୁନ ୩ୟ ସପ୍ତାହରେ

Share this:

Leave a Reply

Your email address will not be published. Required fields are marked *