Odisha Coronavirus Updates: ଓଡିଶାରୁ ଆଜି ପୁଣି ୧୦ କୋଭିଡ ପଜିଟିଭ ଚିହ୍ନଟ

Odisha_covid19

IMG-PTI

Share this:

ଭୁବନେଶ୍ଵର: Odisha Covid-19 Updates ଗତକାଲି ରାଜ୍ୟରୁ ୧୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ରବିବାର ୪ଜିଲ୍ଲାରୁ ପୁଣି ୧୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବଲାଙ୍ଗୀରିରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୨ଜଣ ଚିହ୍ନଟ ହୋଇଥିବାବେଳେ ସମ୍ବଲପୁର ୪ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯ ହଜାର ୧୨୩ ରହିଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୦ ଲକ୍ଷ ୪୬ ହଜାର ୭୭୯ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୬୪୧ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *