Odisha Coronavirus Updates: ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ, ଆଜି ୧୭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Updates ଓଡ଼ିଶାରେ ଆଜି ପୁଣି ବଢିଛି କରୋନା (Coronavirus) ସଂକ୍ରମଣ। ଗତକାଲି ରାଜ୍ୟରୁ ୧୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଶୁକ୍ରବାର ୬ଜିଲ୍ଲାରୁ ୧୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୩ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୭ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବଳେଶ୍ଵରରୁ ୬ଜଣ, କଳାହାଣ୍ଡି ଏବଂ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୫ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୨ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୧୦ ଲକ୍ଷ ୯ ହଜାର ୪୪୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୯୦୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୭ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୬୦୫ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: