Odisha Covid Cases News: ଆଜି ଓଡିଶାରୁ ୧୮୦ ଜଣ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid Cases News last 24 hours ଗତକାଲି ଓଡ଼ିଶାରୁ ୨୦୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୮୦ଜଣ (Odisha Covid Cases) ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୩୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୦୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

tv

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୧୧ଜଣ, ବରଗଡ଼ରୁ ୪ଜଣ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରିରୁ ୪ଜଣ, କଟକରୁ ୨୬ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ଜଣେ, ଗଜପତିରୁ ଜଣେ, ଜଗତସିଂପୁରରୁ ୭ଜଣ, ଯାଜପୁରରୁ ୫ଜଣ, କନ୍ଧମାଳରୁ ୩ଜଣ, କେନ୍ଦ୍ରାପଡାରୁ ଜଣେ, କେଉଁଝରରୁ ୨ଜଣ, ଖୋର୍ଦ୍ଧାରୁ ୨୪ଜଣ, କୋରାପୁଟରୁ ୫ଜଣ, ମୟୂରଭଞ୍ଜରୁ ୯ଜଣ, ନବରଂଗପୁରରୁ ୩ଜଣ, ନୟାଗଡରୁ ୪ଜଣ, ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୧୫ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୧୧ଜଣ, ସୋନପୁରରୁ ୬ଜଣ, ସୁନ୍ଦରଗଡରୁ ୩୧ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୫ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୫ ଲକ୍ଷ ୬୩ହଜାର ୫୬୮ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୩ ହଜାର ୮୮୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୨୧ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୩ ହଜାର ୨୫୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୮୬ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

mahimalive news
amazon+home

Read Also |PM Kisan 12th Installments: ମୋଦୀ ସରକାରଙ୍କ ଚାଷୀଙ୍କୁ ଦଶହରା ଭେଟି; ଏହି ଦିନ ମିଳିବ ୪ହଜାର ଟଙ୍କା

amazon_coupons
Share this:

Leave a Reply

Your email address will not be published. Required fields are marked *