Odisha Covid-19: ଆଜି ରାଜ୍ୟରେ ୧୦୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୧୦୧୮ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୩୩ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୮୩ ଜଣ, ଅନୁଗୋଳରୁ ୬୫ ଜଣ, ଗଞ୍ଜାମରୁ ୧୩ ଜଣ, କଟକରୁ ୭୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୯ ଜଣ, କୋରାପୁଟରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୩୮ ଜଣ, କେଉଁଝରରୁ ୩୫ ଜଣ ଓ କଳାହାଣ୍ଡିରୁ ୪୩ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୪୬ ଜଣ, ସୁନ୍ଦରଗଡ଼ରୁ ୯୪ ଜଣ ଓ ସୋନପୁର ଜିଲ୍ଲାରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୩୯ ଜଣ, ଜଗତସିଂହପୁରରୁ ୫୧ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୨୭ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୨୭ ଜଣ, ବାଲେଶ୍ଵରରୁ ୨୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୬୭ ଜଣ, ବୌଦ୍ଧରୁ ୨ ଜଣ ଏବଂ ଭଦ୍ରକରୁ ୯ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୭ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୩୮ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୦ ଜଣ, ନବରଙ୍ଗପୁରରୁ ୧୭ ଜଣ ଓ ନୂଆପଡ଼ାରୁ ୪୧ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୨୦ ଜଣ, ଦେଓଗଢ଼ରୁ ୪ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୮୬ ଜଣ ଏବଂ ମାଲକାନଗିରିରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୧୭ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୫୧ ଲକ୍ଷ ୭୧ ହଜାର ୧୮୪ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୭ ହଜାର ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୯୩ ହଜାର ୭୪୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧ ହଜାର ୭୧୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read |Odisha Bypoll: ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ଶାସକ ବିଜୁ ଜନତା ଦଳ ପ୍ରାର୍ଥୀ ବିଜୟୀ

[amazon_auto_links id=”9932″]

Share this: