Odisha Covid-19: ଆଜି ରାଜ୍ୟରେ ୯୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୯୮୬ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୧୪ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୧୨ ଜଣ, ଅନୁଗୋଳରୁ ୬୪ ଜଣ, ଗଞ୍ଜାମରୁ ୧୫ ଜଣ, କଟକରୁ ୮୬ ଜଣ, କନ୍ଧମାଳ ଜିଲ୍ଲାରୁ ୧୩ ଜଣ, କୋରାପୁଟରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୪୪ ଜଣ, କେଉଁଝରରୁ ୪୯ ଜଣ ଓ କଳାହାଣ୍ଡିରୁ ୪୨ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ସୋନପୁର ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୨୮ ଜଣ, ଜଗତସିଂହପୁରରୁ ୫୪ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୩୪ ଜଣ, ବାଲେଶ୍ଵରରୁ ୪୩ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨୬ ଜଣ, ବୌଦ୍ଧରୁ ୮ ଜଣ ଏବଂ ଭଦ୍ରକରୁ ୧୦ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୩ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୩୨ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୦ ଜଣ, ନବରଙ୍ଗପୁରରୁ ୧୫ ଜଣ ଓ ନୂଆପଡ଼ାରୁ ୩୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୨୬ ଜଣ, ଦେଓଗଢ଼ରୁ ୫ ଜଣ, ରାୟଗଡାରୁ ୧୬ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୫୭ ଜଣ ଏବଂ ମାଲକାନଗିରିରୁ ୬ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୨୩ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୫୧ ଲକ୍ଷ ୨୨ ହଜାର ୯୩୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୫ ହଜାର ୯୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୯୨ ହଜାର ୪୭୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧ ହଜାର ୯୭୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read |Odisha Bypoll: ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ଶାସକ ବିଜୁ ଜନତା ଦଳ ପ୍ରାର୍ଥୀ ବିଜୟୀ

Share this: