Odisha Covid-19: ରାଜ୍ୟରୁ ୬୧ଜଣଙ୍କ ଜୀବନ ନେଲା କରୋନା

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ପୁଣି କରୋନା (Coronavirus) ନେଲା ଆଉ ୬୧ଜଣଙ୍କ ଜୀବନ। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୪୭୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼, ଗଞ୍ଜାମ, ମୟୁରଭଞ୍ଜ ଏବଂ ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସୁନ୍ଦରଗଡ ଏବଂ ସମ୍ବଲପୁରରୁ ୫ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। କେନ୍ଦୁଝରରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ କଟକ, ଢେଙ୍କାନାଳଏବଂ ନୟାଗଡରୁ ୨ଜଣ ମୃତ୍ୟୁବରଣ କରିଥିବାବେଳେ ବୌଦ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡ଼ା, ରାୟଗଡା ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୪ ଲକ୍ଷ ୧୪ ହଜାର ୩୬୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୩୫ ହଜାର ୧୩୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ହଜାର ୮୯୬ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୩ ହଜାର ୧୭୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୭ ହଜାର ୪୨୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | ମୋଦୀ ସରକାରଙ୍କ ବଡ ଘୋଷଣା; Coronavirus ର ତୃତୀୟ ଲହର ମୁକାବିଲା ପାଇଁ ୨୩,୧୨୩ କୋଟି ଟଙ୍କାର ସ୍ୱାସ୍ଥ୍ୟ ପ୍ୟାକେଜ୍

Share this: