Covid-19: ଓଡ଼ିଶାରୁ ପୁଣି ୫୮ଜଣଙ୍କ ଜୀବନ ନେଲା କରୋନା

Share this:

ଭୁବନେଶ୍ୱର: ଓଡ଼ିଶା (Odisha) ରେ ପୁଣି କରୋନା (Coronavirus) ନେଲା ଆଉ ୫୮ ଜଣଙ୍କ ଜୀବନ। ଏହି କରୋନା ଆକ୍ରାନ୍ତମାନଙ୍କର  ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୫୩୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି ବରଗଡ଼ ଏବଂ ପୁରୀ ଜିଲ୍ଲାରୁ ୭ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସୁନ୍ଦରଗଡ ଏବଂ ଗଞ୍ଜାମରୁ ୬ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ସମ୍ବଲପୁରରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ କେନ୍ଦ୍ରାପଡ଼ାରୁ ୩ଜଣ ମୃତ୍ୟୁବରଣ କରିଛନ୍ତି। କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ନୟାଗଡରୁ ୨ଜଣ ମୃତ୍ୟୁବରଣ କରିଛନ୍ତି। ଅନୁଗୁଳ, ଗଜପତି, ଝାରସୁଗୁଡା, ଯାଜପୁର, କଳାହାଣ୍ଡି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

mahimalive

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୪ ଲକ୍ଷ ୯୦ ହଜାର ୨୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୬ ହଜାର ୫୧୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୩୪୧ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୬ ହଜାର ୫୧୯ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୬ ହଜାର ୩୬୪ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Angul Covid-19: ଆଜି ଅନୁଗୁଳ ଜିଲ୍ଲାରୁ ୧୦୨ଜଣ କରୋନା ପଜିଟିଭ ଚିହ୍ନଟ

Share this: