Odisha Covid-19:ଓଡ଼ିଶାରେ ଆଜି ପୁଣି ୪୫ଜଣ Corona ଆକ୍ରାନ୍ତଙ୍କ ମୃତ୍ୟୁ

Share this:

ଭୁବନେଶ୍ୱର: ଆଜି ଓଡ଼ିଶା (Odisha) ରୁ୪୫ଜଣ କରୋନା (Coronavirus) ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪ ହଜାର ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ସେହିପରି  କଟକ ଓ ବରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳରୁ ୪ଜଣ ମୃତ୍ୟୁବରଣ କରିଥିବାବେଳେ କୋରାପୁଟ, ସୁବର୍ଣ୍ଣପୂର, ସୁନ୍ଦରଗଡ ଏବଂ ସମ୍ବଲପୁରରୁ ୩ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ପୁରୀ ଏବଂ ନୟାଗଡରୁ ୨ ଜଣ ଥିବାବେଳେ ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡ଼ା ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୩୯ ଲକ୍ଷ ୭୯ ହଜାର ୬୪୯ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୧୯ ହଜାର ୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୨୬୫ ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୮୪ ହଜାର ୨୬୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ ହଜାର ୫୫୭ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | Matric Examination:ଜୁଲାଇ ୩୦ରୁ ମାଟ୍ରିକ ଅଫଲାଇନ ପରୀକ୍ଷା ଆରମ୍ଭ

Share this: