Odisha Covid19: ଆଜି ରାଜ୍ୟରେ ୧୪୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର: ଆଜି ରାଜ୍ୟରେ ୧୪୩୪ ଜଣ କରୋନା (Covid-19) ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୮୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୦୧ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୪୪ ଜଣ, ଅନୁଗୋଳରୁ ୯୦ ଜଣ, ଗଞ୍ଜାମରୁ ୧୭ ଜଣ, କଟକରୁ ୧୪୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, କୋରାପୁଟରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୫୪ ଜଣ, କେଉଁଝରରୁ ୫୦ ଜଣ ଓ କଳାହାଣ୍ଡିରୁ ୩୫ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୮ ଜଣ, ସୁନ୍ଦରଗଡ଼ରୁ ୯୮ ଜଣ ଓ ସୋନପୁର ଜିଲ୍ଲାରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୩୩ ଜଣ, ଜଗତସିଂହପୁରରୁ ୬୮ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୩୩ ଜଣ ସଂକ୍ରମିତ ହୋଇଛନ୍ତି।
[masterslider id=”2″]
ସେହିପରି ବରଗଡ଼ରୁ ୬୫ ଜଣ, ବାଲେଶ୍ଵରରୁ ୯୯ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୬୬ ଜଣ, ବୌଦ୍ଧରୁ ୬ ଜଣ ଏବଂ ଭଦ୍ରକରୁ ୩୧ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୬ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୭୭ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୭ ଜଣ, ନବରଙ୍ଗପୁରରୁ ୨୭ ଜଣ ଓ ନୂଆପଡ଼ାରୁ ୩୫ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୨୧ ଜଣ, ଦେଓଗଢ଼ରୁ ୫ ଜଣ, ରାୟଗଡାରୁ ୯ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୮୦ ଜଣ ଏବଂ ମାଲକାନଗିରିରୁ ୧୪ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୨୮ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪୯ ଲକ୍ଷ ୩୯ ହଜାର ୩୯୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୧ ହଜାର ୫୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୮୬ ହଜାର ୮୫୭ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୨୩୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
Also Read |Corona Vaccine: ଓଡ଼ିଶାରେ ହେବ କରୋନା ଟିକା ତିଆରି ୟୁନିଟ୍