Covid19 Odisha Report: ଆଜି ୩୭ କୋଭିଡ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid-19 Report ଗତକାଲି ରାଜ୍ୟରୁ ୪୩ କରୋନା ସଂକ୍ରମିତ (Coronavirus) ଚିହ୍ନଟ ହୋଇଥିଲାବେଳେ ଆଜି ୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ୯ଜଣ। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୨୨ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୫ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୩ଜଣ, ବଲାଙ୍ଗୀରି, କଟକ ଏବଂ ଢେଙ୍କାନାଳରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୨ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡାରୁ ୩ଜଣ, ଖୋର୍ଦ୍ଧାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି କୋରାପୁଟରୁ ୪ଜଣ ମୟୁରଭଞ୍ଜରୁ ୨ଜଣ, ପୁରୀରୁ ଜଣେ, ସୁନ୍ଦରଗଡରୁ ୭ଜଣ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୩କୋଟି ୫ ଲକ୍ଷ ୭୭ ହଜାର ୫୬୨ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୭ ହଜାର ୫୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୯ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୭ ହଜାର ୯୭୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୦୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this: