Odisha Covid-19: ଆଜି ରାଜ୍ୟରେ ୧୪୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୧୪୯୪ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୨୭ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୩୫ ଜଣ, ଅନୁଗୋଳରୁ ୮୩ ଜଣ, ଗଞ୍ଜାମରୁ ୨୬ ଜଣ, କଟକରୁ ୧୧୨ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, କୋରାପୁଟରୁ ୨୧ ଜଣ, କେନ୍ଦ୍ରାପଡ଼ାରୁ ୫୬ ଜଣ, କେଉଁଝରରୁ ୬୯ ଜଣ ଓ କଳାହାଣ୍ଡିରୁ ୩୫ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୯ ଜଣ, ସୁନ୍ଦରଗଡ଼ରୁ ୯୬ ଜଣ ଓ ସୋନପୁର ଜିଲ୍ଲାରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୩୭ ଜଣ, ଜଗତସିଂହପୁରରୁ  ୬୦ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୩୮ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୫୪ ଜଣ, ବାଲେଶ୍ଵରରୁ ୧୦୨ଜଣ, ବଲାଙ୍ଗୀରି ଜିଲ୍ଲାରୁ ୭୯ଜଣ, ବୌଦ୍ଧରୁ ୧୬ ଜଣ ଏବଂ ଭଦ୍ରକରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୬ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୬୩ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୩୪ ଜଣ, ନବରଙ୍ଗପୁରରୁ ୩୨ ଜଣ ଓ ନୂଆପଡ଼ାରୁ ୫୫ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୨୮   ଜଣ, ଦେଓଗଢ଼ରୁ ୫ ଜଣ, ରାୟଗଡାରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୯୩ ଜଣ ଏବଂ ମାଲକାନଗିରିରୁ ୧୮ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୩୦ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪୮ ଲକ୍ଷ ୩୮ ହଜାର ୧୨୪ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୯୮ ହଜାର ୭୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୮୩ ହଜାର ୫୩୩ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୭୮୯  ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read |Haryana: ଏଥର ହରିୟାଣାରେ ବେସରକାରୀ ଚାକିରୀରେ ନିଜ ରାଜ୍ୟ ଯୁବକ ଯୁବତୀଙ୍କ ପାଇଁ ୭୫% ସଂରକ୍ଷିତ

 

Share this: