Odisha Covid 19: ଆଜି ରାଜ୍ୟରେ ୧୪୭୪ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୧୪୭୪ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୮୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୬୧୯ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୭୫ ଜଣ, ଅନୁଗୋଳରୁ ୭୬ ଜଣ, ଗଞ୍ଜାମରୁ ୩୩ ଜଣ, କଟକରୁ ୧୨୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୯ ଜଣ, କୋରାପୁଟରୁ ୨୩ ଜଣ, କେନ୍ଦ୍ରାପଡ଼ାରୁ ୫୬ ଜଣ, କେଉଁଝରରୁ ୬୯ ଜଣ ଓ କଳାହାଣ୍ଡିରୁ ୩୬ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୩୭ ଜଣ, ସୁନ୍ଦରଗଡ଼ରୁ ୧୦୪ ଜଣ ଓ ସୋନପୁର ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୩୯ ଜଣ, ଜଗତସିଂହପୁରରୁ ୬୭ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୩୯ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୬୮ ଜଣ, ବାଲେଶ୍ଵରରୁ ୭୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୮୯ ଜଣ, ବୌଦ୍ଧରୁ ୫ ଜଣ ଏବଂ ଭଦ୍ରକରୁ ୧୯ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୫ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୭୩ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୨୦ ଜଣ, ନବରଙ୍ଗପୁରରୁ ୩୦ ଜଣ ଓ ନୂଆପଡ଼ାରୁ ୪୬ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୧୮ ଜଣ, ଦେଓଗଢ଼ରୁ ୭ ଜଣ, ରାୟଗଡାରୁ ୭ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୫୨ ଜଣ ଏବଂ ମାଲକାନଗିରିରୁ ୨୯ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୩୦ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪୭ ଲକ୍ଷ ୩୬ ହଜାର ୨୪୬ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୯୫ ହଜାର ୮୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୮୦ ହଜାର ୫୫୩ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩ ହଜାର ୯୧୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read| Odisha : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ଆକ୍ରାନ୍ତ

Share this: