Odisha Covid 19: ଆଜି ରାଜ୍ୟରେ ୧୭୦୯ ଜଣ କରୋନା ସଂକ୍ରମିତ ଚିହ୍ନଟ

Share this:

ଭୁବନେଶ୍ଵର: ଆଜି ରାଜ୍ୟରେ ୧୭୦୯ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୯୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୭୨୪ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୩୦ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୨୧ ଜଣ, ଅନୁଗୋଳରୁ ୭୯ ଜଣ, ଗଞ୍ଜାମରୁ ୧୯ ଜଣ, କଟକରୁ ୧୧୫ ଜଣ, କନ୍ଧମାଳ ଜିଲ୍ଲାରୁ ୨୦ ଜଣ, କୋରାପୁଟରୁ ୩୮ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେଉଁଝରରୁ ୭୨ ଜଣ ଓ କଳାହାଣ୍ଡିରୁ ୭୨ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୪୩ ଜଣ, ସୁନ୍ଦରଗଡ଼ରୁ ୧୦୭ ଜଣ ଓ ସୋନପୁର ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୪୧ ଜଣ, ଜଗତସିଂହପୁରରୁ  ୬୮ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୨୮ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୯୯ ଜଣ, ବାଲେଶ୍ଵରରୁ ୬୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫୩ ଜଣ, ବୌଦ୍ଧରୁ ୧୮ ଜଣ ଏବଂ ଭଦ୍ରକରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି। ଗଜପତିରୁ ୪ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୫୮ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୨୯ ଜଣ, ନବରଙ୍ଗପୁରରୁ ୨୬ ଜଣ ଓ ନୂଆପଡ଼ାରୁ ୮୬ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୬୪  ଜଣ, ଦେଓଗଢ଼ରୁ ୯ ଜଣ, ରାୟଗଡାରୁ ୧୬ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୧୨୧ ଜଣ ଏବଂ ମାଲକାନଗିରିରୁ ୩୯ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୩୫ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୪୬ ଲକ୍ଷ ୧ ହଜାର ୮୬୦ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୨ ଲକ୍ଷ ୯୧ ହଜାର ୮୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୭୫ ହଜାର ୭୪୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ହଜାର ୬୯୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read| Kartika Brata: ପବିତ୍ର ମହାକାର୍ତ୍ତିକ ବ୍ରତ ଆରମ୍ଭ, ଶ୍ରଦ୍ଧାଳୁଙ୍କ ପାଇଁ ବିକ୍ରି ହେବ ମହାପ୍ରସାଦ

Share this: