Odisha: ଆଜି ଓଡ଼ିଶାରୁ୨୮୦୩ଜଣ Covid ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: ଗତ ୨୪ ଘଣ୍ଟାରେ ଓଡ଼ିଶା (Odisha) ରୁ ୨ହଜାର ୮୦୩ଜଣ କରୋନା ସଂକ୍ରମିତ (Coronavirus)  ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୫୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୨୦୬ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୪୭୫ଜଣ କରୋନା ସଂକ୍ରମିତ କଟକରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୯୭ଜଣ, ବାଲେଶ୍ଵରରୁ ୧୫୫ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୧୩୧ଜଣ, ବଲାଙ୍ଗୀରିରୁ ୩ଜଣ, ବୌଦ୍ଧରୁ ୨୧ଜଣ, କଟକରୁ ୪୪୧ଜଣ, ଦେଓଗଡ଼ରୁ ୯ଜଣ, ଢେଙ୍କାନାଳରୁ ୬୭ଜଣ, ଗଜପତିରୁ ୧୦ଜଣ, ଗଞ୍ଜାମରୁ ୨୦ଜଣ, ଜଗତସିଂପୁରରୁ ୧୧୭ଜଣ, ଯାଜପୁରରୁ ୧୫୩ଜଣ, ଝାରସୁଗୁଡାରୁ ୭ଜଣ, କଳାହାଣ୍ଡିରୁ ୧୫ଜଣ, କନ୍ଧମାଳରୁ ୨୦ଜଣ, କେନ୍ଦ୍ରାପଡ଼ାରୁ ୧୧୯ଜଣ, କେଉଁଝରରୁ ୬୪ଜଣ, କୋରାପୁଟରୁ ୬୫ଜଣ, ମାଲକାନଗିରିରୁ ୫୫ଜଣ, ମୟୁରଭଞ୍ଜରୁ ୧୯୩ଜଣ, ନବରଙ୍ଗପୁରରୁ ୧୫ଜଣ, ନୟାଗଡ଼ରୁ ୧୧୫ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୫୪ଜଣ, ରାୟଗଡାରୁ ୫୪ଜଣ, ସମ୍ବଲପୁରରୁ ୩୨ଜଣ, ସୋନପୁରରୁ ୧୮ଜଣ, ସୁନ୍ଦରଗଡରୁ ୬୨ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୯୧ଜଣ ସଂକ୍ରମିତ ହୋଇଛନ୍ତି।

amazon

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୪୧ ଲକ୍ଷ ୨୫ହଜାର ୫୧୧ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୨୪ ହଜାର ୬୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୩ ହଜାର ୩୫୮ସୁସ୍ଥ ହେବା ସହିତ ମୋଟ ୮ ଲକ୍ଷ ୯୦ ହଜାର ୭୭୮ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯ ହଜାର ୬୨୦ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Also Read | Lottery: ଭାରତୀୟ ଟ୍ୟାକ୍ସି ଡ୍ରାଇଭର ଲଟେରୀରେ ଜିତିଲେ ୪୦ କୋଟି ପୁରସ୍କାର

[amazon_auto_links id=”9932″]

Share this: