Odisha Covid19: ତିନି ମାସ ପରେ ରାଜ୍ୟରେ ଏକ ହଜାରରୁ କମ କରୋନା ସଂକ୍ରମିତ; ଆଜି ୯୮୭ ଜଣ ଚିହ୍ନଟ

Share this:

ଭୁବନେଶ୍ଵର: ରାଜ୍ୟରେ କମୁଛି କୋରୋନ ଭୂତାଣୁ ସଂକ୍ରମଣ। ପ୍ରଥମ ଥର ପାଇଁ ତିନି ମାସପରେ ଏକ ହଜାରରୁ କମ କରୋନ ସଂକ୍ରମଣ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରେ ୯୮୭ ଜଣ କରୋନା (Covid-19) ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୪୧୫ ଜଣ ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୨୯ ଟି ଜିଲାରୁ କୋଭିଡ଼-୧୯ (Covid-19) ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୮୬ ଜଣ, ଅନୁଗୋଳରୁ ୮୬ ଜଣ, ଗଞ୍ଜାମରୁ ୯ ଜଣ, କଟକରୁ ୮୫ ଜଣ, କନ୍ଧମାଳ ଜିଲ୍ଲାରୁ ୮ ଜଣ, କୋରାପୁଟରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୬୦ ଜଣ, କେଉଁଝରରୁ ୩୦ ଜଣ ଓ କଳାହାଣ୍ଡିରୁ ୨୩ ଜଣ ସଂକ୍ରମିତ ହୋଇଛନ୍ତି। ସମ୍ବଲପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୧୦୭ ଜଣ ଓ ସୋନପୁର ଜିଲ୍ଲାରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାଜପୁର ୨୭ ଜଣ, ଜଗତସିଂହପୁରରୁ ୪୫ ଜଣ ଏବଂ ଝାରସୁଗୁଡା ଜିଲ୍ଲାରୁ ୩୪ ଜଣ ସଂକ୍ରମିତ ହୋଇଛନ୍ତି।

ସେହିପରି ବରଗଡ଼ରୁ ୩୧ ଜଣ, ବାଲେଶ୍ଵରରୁ ୨୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪୩ ଜଣ, ବୌଦ୍ଧରୁ ୭ ଜଣ ଏବଂ ଭଦ୍ରକରୁ ୪ ଜଣ ସଂକ୍ରମିତ ହୋଇଛନ୍ତି। ପୁରୀରୁ ୨୯ ଜଣ ସଂକ୍ରମିତ ହୋଇଛନ୍ତି। ନୟାଗଡରୁ ୧୧ ଜଣ, ନବରଙ୍ଗପୁରରୁ ୨୨ ଜଣ ଓ ନୂଆପଡ଼ାରୁ ୪୧ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୨୨ ଜଣ, ଦେଓଗଢ଼ରୁ ୨ ଜଣ, ରାୟଗଡାରୁ ୧୧ ଜଣ ସଂକ୍ରମିତ ହୋଇଛନ୍ତି। ମୟୁରଭଞ୍ଜରୁ ୮୪ ଜଣ ଏବଂ ମାଲକାନଗିରିରୁ ୪ ଜଣ ସଂକ୍ରମିତ ହୋଇଛନ୍ତି। ଏହା ସହିତ ଷ୍ଟେଟ୍ ପୁଲ (State Pool) ରୁ ୧୮ ଜଣ ସଂକ୍ରମଣ ହୋଇଛନ୍ତି ଯାହାକି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷ ରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୫୦ ଲକ୍ଷ ୨୭ ହଜାର ୯୫୯ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୩ ହଜାର ୭୮୦  ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨ ଲକ୍ଷ ୮୯ ହଜାର ୬୮୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨ ହଜାର ୫୮୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Also Read |Corona Vaccine: ଓଡ଼ିଶାରେ ହେବ କରୋନା ଟିକା ତିଆରି ୟୁନିଟ୍‍

 

Share this: