Odisha Covid Updates: ଆଜି ଓଡ଼ିଶାରୁ୨୨୧୫ଜଣ ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର:ଓଡ଼ିଶା (Odisha) ରେ କରୋନା (Coronavirus) ପ୍ରକୋପ କମିଯାଇଥିଲା ହେଲେ ଏବେ ପୁଣି ଧୀରେ ଧୀରେ ବଢିଚାଲିଛି । ଗତ ୨୪ ଘଣ୍ଟାରେ ୨ହଜାର ୨୧୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୨୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୯୪୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ୪୮୩ଜଣ କରୋନା ସଂକ୍ରମିତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ସେହିପରି, ଅନୁଗୁଳରୁ ୮୯ଜଣ, ବାଲେଶ୍ଵରରୁ ୧୫୦ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୭୮ଜଣ, ବଲାଙ୍ଗୀରିରୁ ୧୬ଜଣ, ବୌଦ୍ଧରୁ ୬ଜଣ, କଟକରୁ ୩୪୮ଜଣ, ଦେଓଗଡ଼ରୁ ୧ଜଣ, ଢେଙ୍କାନାଳରୁ ୫୪ଜଣ, ଗଜପତିରୁ ୧୭ଜଣ, ଗଞ୍ଜାମରୁ ୧୨ଜଣ, ଜଗତସିଂପୁରରୁ ୧୨୬ଜଣ, ଯାଜପୁରରୁ ୧୨୬ଜଣ, ଝାରସୁଗୁଡାରୁ ୧୦ଜଣ, କଳାହାଣ୍ଡିରୁ ୫ଜଣ, କନ୍ଧମାଳରୁ ୧୪ଜଣ, କେନ୍ଦ୍ରାପଡ଼ାରୁ ୯୫ଜଣ, କେଉଁଝରରୁ ୪୨ଜଣ,  କୋରାପୁଟରୁ ୧୦ଜଣ, ମାଲକାନଗିରିରୁ ୨୫ଜଣ, ମୟୁରଭଞ୍ଜରୁ ୯୯ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୬୯ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ୮୪ଜଣ, ରାୟଗଡାରୁ ୨୯ଜଣ, ସମ୍ବଲପୁରରୁ ୪୧ଜଣ, ସୋନପୁରରୁ ୧୦ଜଣ, ସୁନ୍ଦରଗଡରୁ ୪୩ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ୧୦୦ଜଣ ସଂକ୍ରମିତ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୧ କୋଟି ୫୦ ଲକ୍ଷ ୬୬ହଜାର ୫୦ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯ ଲକ୍ଷ ୫୪ହଜାର ୩୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨ ହଜାର ୪୦୦ ସୁସ୍ଥ ହେବା ସହିତ ମୋଟ ୯ ଲକ୍ଷ ୨୭ ହଜାର ୯୨୬ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧ ହଜାର ୨୮୯ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

Also Read | ଟୀକା ନେବାପରେ corona ଜନିତ ମୃତ୍ୟୁ ହେବାର ଆଶଙ୍କା ୯୫ ପ୍ରତିଶତ ହ୍ରାସ କରେ: ଡକ୍ଟର ଭି.କେ ପଲ

Share this: