Corona Cases Odisha: ଓଡିଶାରୁ ଆଜି ୧୮ ପଜିଟିଭ, ନୂଆପଡ଼ାରୁ ସର୍ବାଧିକ

Share this:

ଭୁବନେଶ୍ଵର: Corona Cases Odisha Today ଗତକାଲି ଓଡ଼ିଶାରୁ ୧୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲାବେଳେ ଆଜି ଶନିବାର ୫ଜିଲ୍ଲାରୁ ୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ ୧୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୧୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସର୍ବାଧିକ ନୂଆପଡ଼ା ଜିଲ୍ଲାରୁ ୧୩ଜଣ ଚିହ୍ନଟ ହୋଇଥିବାବେଳେ, କଟକରୁ ୨ଜଣ, ଖୋର୍ଦ୍ଧାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡାରୁ ଜଣେ ଏବଂ ସୁନ୍ଦରଗଡରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୫ ଲକ୍ଷ ୧୫ ହଜାର ୬୩୮ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୨୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୮ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୮ ହଜାର ୯୮୦ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୧ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Read Also | Talcher Medical College: ତାଳଚେର ମେଡିକାଲ କଲେଜ ହେବ କାର୍ଯ୍ୟକ୍ଷମ, ଉପକୃତ ହେବେ ୭୦ଲକ୍ଷ ଲୋକ

Share this:

Leave a Reply

Your email address will not be published. Required fields are marked *