Odisha Covid : ଆଜି ୨୦୩ କରୋନା ପଜିଟିଭ ଚିହ୍ନଟ

Share this:

ଭୁବନେଶ୍ଵର: Odisha Covid Cases last 24 hours ଆଜି ଓଡ଼ିଶାରେ ପୁଣି ବଢିଛି କରୋନା ସଂକ୍ରମଣ। ଗତକାଲି ଓଡ଼ିଶାରୁ ୧୮୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୨୦୩ଜଣ (Odisha Covid Cases) ଚିହ୍ନଟ ହୋଇଛନ୍ତି। ଯାହାକି କାଲି ଅପେକ୍ଷା ଆଜି ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨୦ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୧୧୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୮୪ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

tv

ଆଜି ଚିହ୍ନଟଙ୍କ ମଧ୍ୟରେ ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୧୨ଜଣ, ବରଗଡ଼ରୁ ୨ଜଣ ଚିହ୍ନଟ ହୋଇଥିବାବେଳେ ଭଦ୍ରକରୁ ୨ଜଣ, ବଲାଙ୍ଗୀରିରୁ ୨ଜଣ, କଟକରୁ ୧୯ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଦେଓଗଡରୁ ୨ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂପୁରରୁ ୯ଜଣ, ଯାଜପୁରରୁ ୪ଜଣ,ଝାରସୁଗୁଡାରୁ ଜଣେ, କଳାହାଣ୍ଡିରୁ ୪ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡାରୁ ଜଣେ, କେଉଁଝରରୁ ୪ଜଣ, ଖୋର୍ଦ୍ଧାରୁ ୪୬ଜଣ, ମୟୂରଭଞ୍ଜରୁ ୧୧ଜଣ, ନବରଂଗପୁରରୁ ୩ଜଣ, ନୟାଗଡରୁ ୫ଜଣ, ନୂଆପଡ଼ାରୁ ୩ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୯ଜଣ, ରାୟଗଡାରୁ ଜଣେ, ସମ୍ବଲପୁରରୁ ୧୨ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡରୁ ୨୫ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୧୦ଜଣ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୫ ଲକ୍ଷ ୭୬ହଜାର ୮୩୩ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୪ ହଜାର ୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୮୧ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୩ ହଜାର ୪୩୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୦୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

[amazon_auto_links id=”9932″]

mahimalive news
amazon+home

Read Also |PM Kisan 12th Installments: ମୋଦୀ ସରକାରଙ୍କ ଚାଷୀଙ୍କୁ ଦଶହରା ଭେଟି; ଏହି ଦିନ ମିଳିବ ୪ହଜାର ଟଙ୍କା

amazon_coupons
Share this:

Leave a Reply

Your email address will not be published. Required fields are marked *