Corona Cases: ଓଡିଶାରୁ ଆଉ ୮ କରୋନା ପଜିଟିଭ ଚିହ୍ନଟ

covid updates
Share this:

ଭୁବନେଶ୍ଵର: Corona Cases Latest Updates Odisha ଗତକାଲି ଓଡିଶାରୁ ୧୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଶନିବାର ୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ଆଜି  ୧୮ ବର୍ଷ ଚିହ୍ନଟଙ୍କ ମଧ୍ୟରେ କେହି ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟର (Quarantine) ରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟରୁ ଜଣେ, ସୁନ୍ଦରଗଡରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ଓଡ଼ିଶାରେ ୩କୋଟି ୧୬ ଲକ୍ଷ ୧୨ ହଜାର ୪୩୩ ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୨ ଲକ୍ଷ ୮୮ ହଜାର ୩୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧୦ଜଣ ସୁସ୍ଥ ହେବା ସହିତ ମୋଟ ୧୨ ଲକ୍ଷ ୭୯ ହଜାର ୬୨ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୬ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Share this:

Leave a Reply

Your email address will not be published. Required fields are marked *